କାର ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

ଦଶପଲ୍ଲା : ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ରଙ୍ଗମାଟିଆ ଠାରେ ଶୁକ୍ରବାର ରାତି ସାଢେ ୮ଟା ସମୟରେ ଏକ କାର ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।ମୃତ ସାଇକେଲ ଆରୋହୀ ଜଣକ ତୁମାଣ୍ଡି ଗ୍ରାମର ଅଭିମନ୍ୟୁ ସେଠୀ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିମନ୍ୟୁ କାମସାରି ଘରକୁ ଫେରୁଥିଲେ। ଏହି ସମୟରେ ଏକ କାର ଦଶପଲ୍ଲା ଅଭିମୁଖେ ଆସୁଥିବାବେଳେ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଭିମନ୍ୟୁ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ନୟାଗଡ଼ କୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ଅଭିମନ୍ୟୁ ଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷେ ଖବର ପାଇ ଦଶପଲ୍ଲା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଚଳାଇଥିବା ଜଣାପଡ଼ିଥିଲା।

You might also like